29.1 C
Bhubaneswar
Monday, May 6, 2024
Homeକରୋନାଦେଶରେ କୋରୋନା ସଂକ୍ରମଣ ହ୍ରାସ : ଗତ ୨୪ ଘଣ୍ଟା ମଧ୍ୟରେ ୫,୬୬୪ ନୂଆ ସଂକ୍ରମିତ...

ଦେଶରେ କୋରୋନା ସଂକ୍ରମଣ ହ୍ରାସ : ଗତ ୨୪ ଘଣ୍ଟା ମଧ୍ୟରେ ୫,୬୬୪ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ହ୍ରାସ ପାଉଛି । କିଛି ଦିନ ହେବ ଦୈନିକ ପଜିଟିଭ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୬୬୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୫,୭୪୭ ଥିଲା। ଦେଶରେ ସଂକ୍ରମଣ କମିବା ସହ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୪,୫୫୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୫୭,୯୨୯ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୭,୯୨୨ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୯୬%କୁ ବୃଦ୍ଧି ପାଇଛି ।

ଆଜି ପର୍ଯ୍ୟନ୍ତ ୫,୨୮,୩୩୭ ହଜାର କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୯ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି । ସାରା ଦେଶରେ ଆଜି ପର୍ଯ୍ୟନ୍ତ ୨୧୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୪,୮୪,୨୧୬ ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ ୨୦ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି । କୋଭିଡ ଟୀକାକରଣ ଅଭିଯାନକୁ ଆହୁରି ସଫଳ କରିବା ଉଦ୍ଦେଶ୍ୟରେ ଜୁଲାଇ ୧୫ରୁ ‘କୋଭିଡ ଭ୍ୟାକ୍ସିନ ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଯାହାକି ସେପ୍ଟେମ୍ବର ୩୦ ଯାଏଁ ଚାଲିବ । ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ ୧୮ ବର୍ଷ ଏବଂ ୭୫ ବର୍ଷ ବୟସରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କ ମାଗଣା ବୁଷ୍ଟର ଡୋଜ୍ ଦିଆଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking