29.4 C
Bhubaneswar
Saturday, May 4, 2024
Homeକରୋନାଦେଶରେ କମୁଛି ସଂକ୍ରମଣ : ୨୦,୦୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ କମୁଛି ସଂକ୍ରମଣ : ୨୦,୦୦୦ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ୨୦୧ ଦିନ ପରେ ଦେଶରେ ୨୦,୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। କରୋନା କଟକଣା କୋହଳ ହେବା ସତ୍ତ୍ବେ ମଧ୍ୟ ସଂକ୍ରମଣ କମ ହେବା ଏବେ ଭାରତ ସରକାରଙ୍କ ପାଇଁ ବଡ଼ ଉପଲବ୍ଧି ପାଲଟିଛି। ଏହା କେବଳ ଟିକାକରଣ ପାଇଁ ସମ୍ଭବ ହୋଇପାରିଥିବା ବେଳେ ଦେଶରେ ଏବେ ୮୭,୦୭,୦୮,୬୩୬ ଲୋକଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୨୦ ହଜାରରୁ କମ ଥିବା ବେଳେ ମୃତ୍ୟୁସଂଖ୍ୟା ‌ଶହେରୁ ଟିକେ ଅଧିକ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୭୯୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୬,୯୭,୫୮୧ ଓ ମୃତ୍ୟୁସଂଖ୍ୟା ୪,୪୭,୩୭୩ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୬,୦୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୨୯,୫୮,୦୦୨ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୯୨,୨୦୬। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୭, ୭, ୦୮, ୬୩୬ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୧,୦୨,୨୨,୫୨୫ ଡୋଜ୍‌ ଟିକା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking