25.1 C
Bhubaneswar
Thursday, May 9, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨୧,୨୫୭ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨୭୧

ଦେଶରେ ୨୪ ଘଣ୍ଟାରେ ୨୧,୨୫୭ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୨୭୧

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୨୧,୨୫୭ ଥିବା ବେଳେ ମୃତ୍ୟୁସଂଖ୍ୟା ୨୭୧ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୧,୨୫୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୮,୯୩,୧୩୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୭୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୦,୧୨୭ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪,୯୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୨,୨୫,୨୨୧। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୪୦,୨୨୧। ବିଗତ ୨୦୫ ଦିନ ମଧ୍ୟରେ ଏହା ସର୍ବନିମ୍ନ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୩.୧୭ କୋଟିରୁ ଅଧିକ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩,୪୬,୧୭୬ ଟିକା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking