26.1 C
Bhubaneswar
Tuesday, May 14, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧୪,୩୦୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୪୩

ଦେଶରେ ୨୪ ଘଣ୍ଟାରେ ୧୪,୩୦୬ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୪୩

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦ରୁ ଅଧିକ ଅଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୩୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୮୯,୭୭୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୪,୭୧୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮,୭୬୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୬୭,୩୬୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୬୭,୬୯୫।

୨୩୯ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୨,୨୭,୧୨,୮୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୧୨,୩୦,୭୨୦ ଡୋଜ୍‌ ଟିକା। ‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୪ ତାରିଖ ସୁଦ୍ଧା ସମୁଦାୟ ୬୦,୦୭,୬୯,୭୧୭ କୋଟି ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୯୮,୩୯୭ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking