ନୂଆଦିଲ୍ଲୀ : ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୮ ହଜାରରୁ ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ସାଢ଼େ ୩ ଶହ ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୯୭୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୪୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୧୮,୬୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୪୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୬,୪୭୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୯୪୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୧,୫୪,୮୭୯। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୭,୨୪୫।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୩୫,୨୫,୩୬,୯୮୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୬,୦୨,୪୭,୭୬୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୧୬,୦୧୧ଟି ନମୁନା।