38.1 C
Bhubaneswar
Wednesday, May 1, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୬,୯୮୭ ସଂକ୍ରମଣ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୬୨

ଦେଶରେ ୨୪ ଘଣ୍ଟାରେ ୬,୯୮୭ ସଂକ୍ରମଣ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୧୬୨

ନୂଆଦିଲ୍ଲୀ : ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୭ ହଜାରରୁ ସାମାନ୍ୟ କମ୍‌ଥିବାବେଳେ ମୃତ୍ୟୁସଂଖ୍ୟା ୨ଶହରୁ ଯଥେଷ୍ଟ କମ୍‌ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୯୮୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୬୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୭,୮୬,୮୦୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୬୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୭୯,୬୮୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୭,୦୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୩୦,୩୫୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୭୬,୭୬୬।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୪୨୨ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୧,୩୭,୭୨,୪୨୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୭,୧୯,୯୭,୦୮୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୯,୪୫,୪୫୫ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking