30.1 C
Bhubaneswar
Saturday, April 27, 2024
Homeଓଡିଶାଆଜି ରାଜ୍ୟରୁ ୬୦୨ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆଉ କେତେ ଶିଶୁ ସଂକ୍ରମିତ ହୋଇଛନ୍ତି

ଆଜି ରାଜ୍ୟରୁ ୬୦୨ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ ଆଉ କେତେ ଶିଶୁ ସଂକ୍ରମିତ ହୋଇଛନ୍ତି

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ରାଜ୍ୟରେ ଦିନକ ମଧ୍ୟରେ ଆଉ ୬୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୫୩ ଓ ସ୍ଥାନୀୟ ସଂକ୍ରମିତ ୨୪୯ ଜଣ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‍ ବୟସର ପିଲା ୯୬ ଜଣ ଅଛନ୍ତି । ରାଜ୍ୟର ଅନୁଗୁଳ ଜିଲାର ୧୧, ବାଲେଶ୍ୱର ୨୧, ବରଗଡ ୨, ଭଦ୍ରକ ୫, କଟକରେ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଦେବଗଡରୁ ୧୭, ଗଞ୍ଜାମ ୧, ଜଗତସିଂହପୁର ୧୮, ଯାଜପୁରରେ ୨୪ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଝାରସୁଗୁଡା ୨, କନ୍ଧମାଳ ୧, କେନ୍ଦ୍ରାପଡା ୬, ଖୋର୍ଦ୍ଧାରେ ୨୮୩, କୋରାପୁଟରେ ୪ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜ  ୩୧, ନୟାଗଡ ୧, ନୂଆପଡା ୧, ପୁରୀ ୨୧ ଓ ରାୟଗଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁର ୧୩, ସୋନପୁର ୧, ସୁନ୍ଦରଗଡ ୯ ଓ ଷ୍ଟେଟପୁଲରୁ ୬୭ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ରାଜ୍ୟରେ ୪୬୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏଥିସହିତ ସଂପ୍ରତି ରାଜ୍ୟରେ ୫୬୪୨ ଜଣ ସକ୍ରିୟ କରୋନା ରୋଗୀ ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking