34.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨୭୭

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୨୭୭

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨୬ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍‌ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬,୭୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୬୬,୭୦୭ ଓ ମୃତ୍ୟୁସଂଖ୍ୟା ୪,୪୮,୩୩୯ରେ ପହଞ୍ଚିଛି। ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୨୮,୨୪୬ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୩୦,୪୩,୧୪୪ରେ ପହଞ୍ଚିଛି। ­­­­­ ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୭୫,୨୨୪। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୯,୦୨,୦୮,୦୦୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୬୪,୪୦,୪୫୧ ଡୋଜ୍‌ ଟିକା। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ସମୁଦାୟ ୫୭,୦୪,୭୭,୩୩୮ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୫,୨୦,୮୯୯ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking