29.1 C
Bhubaneswar
Saturday, May 4, 2024
Homeଓଡିଶାଆଜି ରାଜ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଆଜି ରାଜ୍ୟରେ ୫୨୮ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି। ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୫୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଅନୁଗୁଳ ଜିଲାରୁ ୧, ବାଲେଶ୍ୱର ୯, ବରଗଡ ୨, ଭଦ୍ରକ ୬, କଟକ ୬୯ ଓ ଦେବଗଡରେ ୩ ଜଣ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ୪, ଜଗତସିଂହପୁର ୨୪, ଯାଜପୁର ୧୬, ଝାରସୁଗୁଡା ୪, କେନ୍ଦ୍ରାପଡା ୮, ଖୋର୍ଦ୍ଧାରେ ୨୪୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି କୋରାପୁଟରେ ୩, ମାଲକାନଗିରି ୧, ମୟୁରଭଞ୍ଜ ୩୧, ନବରଙ୍ଗପୁର ୧, ନୟାଗଡ ୧, ପୁରୀରେ ୧୭ ଚିହ୍ନଟ ହୋଇଛନ୍ତି। ଏଥିସହିତ ପୁରୀ ୧୭, ସମ୍ବଲପୁର ୧୪, ସୋନପୁର ୨, ସୁନ୍ଦରଗଡ ୯ ଏବଂ ଷ୍ଟେଟପୁଲରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି। ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୪୧୨ ରହିଥିବା ବେଳେ ୫ ହଜାର ୨୮୦ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking