39.1 C
Bhubaneswar
Wednesday, April 24, 2024
Homeଓଡିଶାଆଜି ରାଜ୍ୟରେ ୯ ହଜାର ୭୯୩ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଆଜି ରାଜ୍ୟରେ ୯ ହଜାର ୭୯୩ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି, ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । । କିନ୍ତୁ ଆଜି ରାଜ୍ୟରେ ସଂକ୍ରମଣ ସଂଖ୍ୟା ୧୦ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୯ ହଜାର ୭୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୫୪ ହଜାର ୬୬୬କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡରୁ ୧୦୧୮, କଟକରୁ ୬୪୧, ଅନୁଗୁଳରୁ ୫୨୬, ଝାରସୁଗୁଡାରୁ ୪୦୪, ନୂଆପଡାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଷ୍ଟେଟପୁଲରୁ ୨୮୦, ଗଞ୍ଜାମରୁ ୨୭୬, ବରଗଡରୁ ୨୭୦, ନୟାଗଡରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡାରୁ ୧୪୮, ସୋନପୁରରୁ ୧୪୦, ଦେବଗଡରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩, ଭଦ୍ରକରୁ ୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking