43 C
Bhubaneswar
Tuesday, April 16, 2024
Homeଓଡିଶାଆଜି ରାଜ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ସଂକ୍ରମିତ ହୋଇଛନ୍ତି....

ଆଜି ରାଜ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ସଂକ୍ରମିତ ହୋଇଛନ୍ତି….

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୫୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୧୬୫ ରହିଥିବା ବେଳେ ୪ ହଜାର ୯୬୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking