28.1 C
Bhubaneswar
Friday, March 29, 2024
Homeଓଡିଶାପାର୍ବଣ ସମୟରେ ରାଜ୍ୟରୁ ବାହାରିଲେ ୫୨୧ କରୋନା ଆକ୍ରାନ୍ତ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ପାର୍ବଣ ସମୟରେ ରାଜ୍ୟରୁ ବାହାରିଲେ ୫୨୧ କରୋନା ଆକ୍ରାନ୍ତ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଏହାରି ମଧ୍ୟରେ ଆଜି ୫୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦୪ ଓ ସ୍ଥାନୀୟ ଅଞ୍ଚଳରୁ ୨୧୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୮୦୯ରେ ପହଞ୍ଚିଛି। ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୬୦ ଜଣ, ଢେଙ୍କାନାଳରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, ଖୋର୍ଦ୍ଧାରୁ ୨୪୯ ଜଣ, କୋରାପୁଟରୁ ୬ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୯ ଜଣ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୧୬୮ ରହିଥିବା ବେଳେ ୫ ହଜାର ୩୧୪ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking