37.1 C
Bhubaneswar
Saturday, May 18, 2024
Homeଓଡିଶାରାଜ୍ୟରେ ଆଜି ୪ ଶହ ଟପିଲା କରୋନା ସଂକ୍ରମଣ : ଜାଣନ୍ତୁ ପୁଣି କେତେ ଶିଶୁ...

ରାଜ୍ୟରେ ଆଜି ୪ ଶହ ଟପିଲା କରୋନା ସଂକ୍ରମଣ : ଜାଣନ୍ତୁ ପୁଣି କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି ।

ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୪୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୭୪୨ ରହିଥିବା ବେଳେ ୪ ହଜାର ୯୯୭ ଜଣ ଚିକିତ୍ସିତ ହେଉଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking