27.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ : ଆଜି ୫୫୬ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ : ଆଜି ୫୫୬ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ବର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୨୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୦ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୪୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୦୫ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ପୁରୀରୁ ୧୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୫ ହଜାର ୯୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୮୪୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking