40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର : ଆଉ ୪୬୭ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ...

ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର : ଆଉ ୪୬୭ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୪୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।

ଅନୁଗୁଳ ଜିଲାରୁ ୪, ବାଲେଶ୍ୱର ୧୬, ବରଗଡ ୧, ଭଦ୍ରକ ୬, ବଲାଙ୍ଗିର ୧, ବୌଦ୍ଧ ୫ ଓ କଟକରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨, ଜଗତସିଂହପୁର ୧୩, ଝାରସୁଗୁଡା ୨, କେନ୍ଦ୍ରାପଡା ୯, କେନ୍ଦୁଝର ୨, ଖୋର୍ଦ୍ଧାରୁ ୨୪୩ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲାରେ ୧, ନୟାଗଡ ୬, ପୁରୀ ୫, ରାୟଗଡା ୧୩, ସମ୍ବଲପୁର ୧୪, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୫୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୨୩ରେ ପହଞ୍ଚିଛି ।

ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୪୨୨ ରହିଥିବା ବେଳେ ୪ ହଜାର ୭୪୭ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୦୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking