18.1 C
Bhubaneswar
Monday, November 25, 2024
Homeଓଡିଶାରାଜ୍ୟରେ ଆଉ ୪୪୧ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ରାଜ୍ୟରେ ଆଉ ୪୪୧ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୪୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୫ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଥିସହ ୭୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୯୬୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୨୫ ରହିଥିବା ବେଳେ ୪ ହଜାର ୫୮୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୦୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ, ପୁରୀ, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking