40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୪୨୫ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ରାଜ୍ୟରେ ଆଉ ୪୨୫ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୪୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୧ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଅନୁଗୁଳରୁ ୨ ଜଣ, ବାଲେଶ୍ୱରରୁ ୧୫ ଜଣ, ଭଦ୍ରକରୁ ୧୧ ଜଣ, କଟକରୁ ୪୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୧୧ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୬ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୩୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୯୧୭ ରହିଥିବା ବେଳେ ୪ ହଜାର ୫୫୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୧୨କୁ ବୃଦ୍ଧି ପାଇଛି । କେନ୍ଦୁଝର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking