37.1 C
Bhubaneswar
Saturday, May 18, 2024
Homeଓଡିଶାରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ : ଆଉ ୪୧୨ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ...

ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ : ଆଉ ୪୧୨ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୧୮୯ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୭ ହଜାର ୧୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୭୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking