32.1 C
Bhubaneswar
Saturday, May 18, 2024
Homeଓଡିଶାରାଜ୍ୟରୁ ଆଉ ୩୬୫ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ରାଜ୍ୟରୁ ଆଉ ୩୬୫ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି ।

ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୩୬୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୨ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩ ଜଣ ଚିହ୍ନଟ ହୋଇଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧, ବାଲେଶ୍ୱର ୨, ବରଗଡ ୧, ଭଦ୍ରକ ୭, କଟକ ୩୪, ଦେବଗଡ ୬ ଓ ଢେଙ୍କାନାଳରୁ ୪ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫, ଜଗତସିଂହପୁର ୧୩, ଯାଜପୁର ୧୦, ଝାରସୁଗୁଡା ୩, କଳାହାଣ୍ଡି ୩, କେନ୍ଦ୍ରାପଡା ୨୦ ଜଣଙ୍କୁ ଚିହ୍ନଟ କରାଯାଇଛି । କୋରାପୁଟ ୪, ମାଲକାନଗିରି ୧, ମୟୁରଭଞ୍ଜ ୨୩, ନୟାଗଡ ୧, ନୂଆପଡା ୩, ପୁରୀ ୧୦, ରାୟଗଡା ୧, ସମ୍ବଲପୁର ୧୦, ସୋନପୁର ୧, ସୁନ୍ଦରଗଡ ୮ ଓ ଷ୍ଟେଟପୁଲରୁ ୩୭ ଚିହ୍ନଟ ହୋଇଛନ୍ତି ।

ଏଥିସହ ୫୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୫୯୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୬୫୪ ରହିଥିବା ବେଳେ ୪ ହଜାର ୫୬୩ ଜଣ ଚିକିତ୍ସିତ ହେଉଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking