38.8 C
Bhubaneswar
Friday, April 19, 2024
Homeଓଡିଶାରାଜ୍ୟରେ କମୁଛି ସଂକ୍ରମଣ : ଆଉ ୩୧୬ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ରାଜ୍ୟରେ କମୁଛି ସଂକ୍ରମଣ : ଆଉ ୩୧୬ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଆଜି ୩୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୬ ଓ ସ୍ଥାନୀୟ ଅଞ୍ଚଳରୁ ୧୩୦ ଜଣ ଚିହ୍ନଟ ହୋଇଛନ୍ତି ।

ଏଥିସହ ୫୧ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୭୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୧୪୭ ରହିଥିବା ବେଳେ ୪ ହଜାର ୨୩୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୩୬କୁ ବୃଦ୍ଧି ପାଇଛି । ଅନୁଗୁଳ, ବାଲେଶ୍ୱର ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking