20.1 C
Bhubaneswar
Friday, January 24, 2025
Homeଓଡିଶାରାଜ୍ୟରେ ଆଉ ୧୬୯ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ରାଜ୍ୟରେ ଆଉ ୧୬୯ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୯ ଜଣ, ଦେବଗଡ଼ରୁ ୫ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଯାଜପୁରରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, ଖୋର୍ଦ୍ଧାରୁ ୮୮ ଜଣ, ମୟୂରଭଞ୍ଜରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୨ହଜାର ୬୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୪୨ ହଜାର ୨୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧ ହଜାର ୯୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking