28.1 C
Bhubaneswar
Monday, November 18, 2024
Homeଓଡିଶାରାଜ୍ୟରେ ଆଉ ୨୨୧ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ....

ରାଜ୍ୟରେ ଆଉ ୨୨୧ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ ରୁ ୧୮ ବର୍ଷ ମଧ୍ୟରେ ୩୪ ଜଣ ଥିବାବେଳେ ସଙ୍ଗରୋଧରୁ ୧୨୯ ଓ ସ୍ଥାନୀୟ ସଂକ୍ରମଣରୁ ୯୨ ଜଣ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୮ ଜଣ, କଟକରୁ ୧୫, ଖୋର୍ଦ୍ଧାରୁ ୯୮,ମୟୁରଭଞ୍ଜରୁ ୮, ସମ୍ବଲପୁରରୁ ୨୧, ସୁନ୍ଦରଗଡରୁ ୭ ଜଣ ଓ ଷ୍ଟେଟ ପୁଲରୁ ୨୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୮୫ ଜଣ ସୁସ୍ଥ ହୋଇଥିବାବେଳେ ନୂତନ ପଜିଟିଭଙ୍କ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୩୮୧ରେ ପହଞ୍ଚିଥିବାବେଳେ ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୪ ହଜାର ୨୭୮ ଜଣ ସୁସ୍ଥ ହୋଇଛନ୍ତି । ସୂଚନା ଥାଉ କି ଆଜି ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି । ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିଲେ । ତାଙ୍କର ବୟସ ୩୧ ବର୍ଷ ହୋଇଥିବାବେଳେ ଘର କେନ୍ଦୁଝର ବୋଲି ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking