27.1 C
Bhubaneswar
Monday, November 18, 2024
Homeଓଡିଶାରାଜ୍ୟରେ ୩ ହଜାର ନିକଟତର ହେଲା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାର ପରିସ୍ଥିତି ଅସମ୍ଭାଳ

ରାଜ୍ୟରେ ୩ ହଜାର ନିକଟତର ହେଲା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାର ପରିସ୍ଥିତି ଅସମ୍ଭାଳ

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୨୭୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୭୯ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୪ ଜଣ ଚିହ୍ନଟ ହୋଇଛନ୍ତି ।

ଏଥିସହ ୪୦୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୨ ହଜାର ୪୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୭୧୮ ରହିଥିବା ବେଳେ ୮ ହଜାର ୨୩୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୬୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ୧ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking