30.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ....

ରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି । ଆଜି ୧୦,୪୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୦୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୪୦୭ ଜଣ ଚିହ୍ନଟ ହୋଇଛନ୍ତି ।

ଏଥିସହ ୯୮୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୪୪ ହଜାର ୪୦୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୬୦ ହଜାର ୬୭ ରହିଥିବା ବେଳେ ୭୫ ହଜାର ୭୯୭ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୩୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୨ ଜଣ ଓ ଅନୁଗୁଳରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking