ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
7. Cuttack: 202
8. Deogarh: 71
9. Dhenkanal: 35
10. Gajapati: 73
11. Ganjam: 64
12. Jagatsinghpur: 64
13. Jajpur: 73
14. Jharsuguda: 55
15. Kalahandi: 63
16. Kandhamal: 44
17. Kendrapada: 60
18. Keonjhar: 39
19. Khurda: 714
20. Koraput: 53
21. Malkangiri: 16
22. Mayurbhanj: 180— I & PR Department, Odisha (@IPR_Odisha) February 2, 2022
ଆଜି ୩୪୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୧୨ ଓ ସ୍ଥାନୀୟ ଅଞ୍ଚଳରୁ ୧୪୩୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୩୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୭୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୯ ହଜାର ୩୧୩ ରହିଥିବା ବେଳେ ୩୭ ହଜାର ୭୬୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।