40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୩୫ କରୋନା ଆକ୍ରାନ୍ତ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୩୫ କରୋନା ଆକ୍ରାନ୍ତ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୫୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୫୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୭୨ ହଜାର ୯୭୨ ରହିଥିବା ବେଳେ ୬୬ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ୨୭୭, ବାଲେଶ୍ୱରରୁ ୩୨୦, ବରଗଡରୁ ୧୧୮, ଭଦ୍ରକରୁ ୨୧୭, ବଲାଙ୍ଗୀରରୁ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୌଦ୍ଧ ଜିଲ୍ଲାରୁ ୮୩, କଟକରୁ ୫୫୭, ଦେବଗଡରୁ ୧୪, ଢେଙ୍କାନାଳରୁ ୧୩୭, ଗଜପତିରୁ ୨୩, ଗଞ୍ଜାମରୁ ୭୭, ଜଗତ୍‌ସିଂହପୁରରୁ ୧୪୮, ଜାଜପୁରରୁ ୨୯୪, ଝାରସୁଗୁଡାରୁ ୨୭, କଳାହାଣ୍ଡିରୁ ୪୮, କନ୍ଧମାଳରୁ ୩୭, କେନ୍ଦ୍ରାପଡାରୁ ୨୩୭, କେନ୍ଦୁଝରରୁ ୧୧୫, ଖୋର୍ଦ୍ଧାରୁ ୭୨୬, କୋରାପୁଟରୁ ୧୨୭, ମାଲକାନଗିରିରୁ ୫୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି ମୟୂଭରଞ୍ଜରୁ ୨୮୫, ନବରଙ୍ଗପୁରରୁ ୧୮୬, ନୟାଗଡରୁ ୧୩୨, ନୂଆପଡାରୁ ୧୩, ପୁରୀରୁ ୨୩୪, ରାୟଗଡ଼ାରୁ ୧୨୯, ସମ୍ବଲପୁରରୁ ୬୬, ସୋନପୁରରୁ ୩୪, ସୁନ୍ଦରଗଡରୁ ୨୫୧ ଏବଂ ଷ୍ଟେଟ ପୁଲ୍‌ରୁ ୧୨୪ ଚହ୍ନଟ ହୋଇଥିବା ଜଣାଯାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking