26.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରୁ ଆଜି ୪,୪୬୯ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରୁ ଆଜି ୪,୪୬୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୪ ହଜାର ୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪୬ ଜଣ ଲୋକାଲ କଣ୍ଟାକ୍ଟସରୁ ଚିହ୍ନଟ ହୋଇଛନ୍ତି ।
ଅନୁଗୁଳରୁ ୨୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧୮, ବରଗଡରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗୀରରୁ ୫୬, ମୟୂରଭଞ୍ଜରୁ ୨୧୬, ନବରଙ୍ଗପୁରରୁ ୧୧୮, ନୟାଗଡ଼ରୁ ୧୨୮, ନୁଆପଡାରୁ ୧୪, ପୁରୀରୁ ୨୪୩, ରାୟାଗଡାରୁ ୧୩୭, ସମ୍ବଲପୁରରୁ ୬୧, ସୋନପୁରରୁ ୬୦, ସୁନ୍ଦରଗଡରୁ ୧୦୩, ବୌଦ୍ଧରୁ ୯୦, କଟକରୁ ୪୧୩, ଦେଓଗଡ଼ରୁ ୨୩, ଢ଼େଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତ୍‌ସିଂହପୁରରୁ ୧୪୦, ଯାଜପୁରରୁ ୩୭୦, ଝାରସୁଗୁଡାରୁ ୨୭, କାଲାହାଣ୍ଡିରୁ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି କନ୍ଧମାଳରୁ ୨୮, କେନ୍ଦ୍ରାପଡାରୁ ୫୯, କେନ୍ଦୁଝରରୁ ୯୬, ଖୋର୍ଦ୍ଧାରୁ ୬୧୨, କୋରାପୁଟରୁ ୮୭ ଓ ମାଲକାନଗିରି ୭୫ ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଷ୍ଟେଟ୍‌ ପୁଲରୁ ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭୫୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି । ଏବେ ରାଜ୍ୟରେ ମୋଟ ୫୯ ହଜାର ୩୬୧ ସକ୍ରିୟ ମାମଲା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking