29.1 C
Bhubaneswar
Wednesday, May 1, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୪୭୭୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୯ ଜଣ, ସୁନ୍ଦରଗଡ଼ରୁ ୪୫ ଜଣ, କଳାହାଣ୍ଡିରୁ ୩୩ ଜଣ, ସମ୍ବଲପୁରରୁ ୨୪ ଜଣ, ବୌଦ୍ଧରୁ ୧୭ ଜଣ,କଟକରୁ ୧୪ ଜଣ, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୨ ଜଣ, ନୂଆପଡ଼ାରୁ ୧୧ ଜଣ, କନ୍ଧମାଳରୁ ୯ ଜଣ, ନବରଙ୍ଗପୁରରୁ ୮ ଜଣ, ସୋନପୁରରୁ ୭ ଜଣ, ଜଗତସିଂହପୁରରୁ ୬ ଜଣ, ବାଲେଶ୍ବର, ଭଦ୍ରକ, ଗଜପତି, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଅନୁଗୁଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଁଏ, କୋରାପୁଟ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଜିଲ୍ଲାରୁ ଜଣେ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୪୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୨୯୦୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୪୬୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking