30.1 C
Bhubaneswar
Wednesday, February 19, 2025
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୬ ଜଣ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୬ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୪୭୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୮ ଜଣ, ସୁନ୍ଦରଗଡ଼ରୁ ୩୬ ଜଣ, କଟକରୁ ୧୬ ଜଣ, ସମ୍ବଲପୁରରୁ ୧୩ ଜଣ, କୋରାପୁଟରୁ ୧୧ ଜଣ, ବରଗଡ଼ ଓ ନୂଆପଡ଼ା ଜିଲ୍ଲା ୯ ଜଣ ଲେଖାଁଏ, ବଲାଙ୍ଗୀରରୁ ୭ ଜଣ, ଯାଜପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଁଏ, ଗଜପତି ଓ କନ୍ଧମାାଳ ଜିଲ୍ଲାରୁ ୪ ଜଣ ଲେଖାଁଏ, ଦେବଗଡ଼, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଁଏ, ବୌଦ୍ଧ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଝାରସୁଗୁଡ଼ା, ମାଲକାନଗିରି, ନବରଙ୍ଗପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୫୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୪୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୪୯୪୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking