33.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟରେ ଆଜି ୩,୮୦୬ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୩,୮୦୬ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୮୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୨୩ ହଜାର ୫୯୯ ରହିଥିବା ବେଳେ ୪୩ ହଜାର ୩୩୮ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁଗୁଳରୁ ୧୭୫, ବାଲେଶ୍ୱରଚ ୨୨୦, ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଂଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଂଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୁବର୍ଣ୍ଣପୁରରୁ୩୬, ସୁନ୍ଦରଗଡ଼ରୁ ୧୧୯ ଓ ଷ୍ଟେଟପୁଲରୁ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking