30.1 C
Bhubaneswar
Saturday, October 5, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୫ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ହ୍ରାସ ପାଉଛି କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୭୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨ଜଣ, ଷ୍ଟେଟ ପୁଲ୍‌ରୁ ୧୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୭୬୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୬୪୭୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୧୭୯୭୧୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking