28.1 C
Bhubaneswar
Sunday, December 29, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୮ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ହେଲା ଦୈନିକ କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୭୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୨୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୬୧ ଜଣ, ଖୋର୍ଦ୍ଧାରୁ ୫୪ ଜଣ, ନୟାଗଡ଼ରୁ ୪୯ ଜଣ, କଟକରୁ ୩୧ ଜଣ, ନବରଙ୍ଗପୁରରୁ ୧୩ ଜଣ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାରୁ ୧୦ ଜଣ ଲେଖାଁଏ, ବରଗଡ଼, ନୂଆପଡ଼ା ଓ ପୁରୀ ଜିଲ୍ଲରୁ ୯ ଜଣ ଲେଖାଁଏ, ବଲାଙ୍ଗୀର ଓ ସମ୍ବଲପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ଜଗତସିଂହପୁରରୁ ୭ ଜଣ, ବାଲେଶ୍ବର, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଁଏ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କୋରାପୁଟ ଓ ସୋନପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଗଞ୍ଜାମ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୩୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୭୩୩୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking