ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୪୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୦ ଜଣ, କଟକରୁ ୩୩ ଜଣ, କଳାହାଣ୍ଡିରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରୁ ୧୧ ଜଣ ଲେଖାଁଏ, ସମ୍ବଲପୁରରୁ ୯ ଜଣ, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଁଏ, ପୁରୀ ଓ ସୋନପୁର ଜିଲ୍ଲାରୁ ୪ ଜଣ ଲେଖାଁଏ , ଦେବଗଡ଼, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ବାଲେଶ୍ବର, ଗଞ୍ଜାମ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୯ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୦୪୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୯୩୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୩୪୨୮୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।