30.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୩୫୭୭ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଣ୍ଟାରେ ୩୫୭୭ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩୫୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୩୫ ହଜାର ୧୩୨ ରହିଥିବା ବେଳେ ୩୮ ହଜାର ୭୨୭ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଯାଜପୁରରୁ ୩୩୭, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାସହ ମୟୂରଭଞ୍ଜରୁ ୧୮୭, ନବରଙ୍ଗପୁରରୁ ୫୭, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୯, ପୁରୀରୁ ୨୩୭, ରାୟଗଡ଼ାରୁ ୮୮, ସମ୍ବଲପୁରରୁ ୩୧, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍‌ପୁଲର ସଂଖ୍ୟା ୮୪ ରହିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking