28.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ୨୪ ଘଣ୍ଟାରେ ୧୨୫ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୨୫ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୪ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୧୯୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୧୯୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରୁ ୧୫୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୧୧୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୩୪୪୬୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking