28.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୨ ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୨ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୫୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୫ ଜଣ, ସୁନ୍ଦରଗଡ଼ରୁ ୪୦ ଜଣ, କଟକରୁ ୧୬ ଜଣ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୧୩ ଜଣ ଲେଖାଁଏ, ମୟୂରଭଞ୍ଜରୁ ୧୧ ଜଣ, ସମ୍ବଲପୁରରୁ ୧୦ ଜଣ, କଳାହାରଣ୍ଡି ଓ ସୋନପୁର ଜିଲ୍ଲାରୁ ୮ ଜଣ ଲେଖାଁଏ, ବାଲେଶ୍ବର, ଓ ଗଞ୍ଜାମ ଜିଲ୍ଲାରୁ ୬ ଜଣ ଲେଖାଁଏ, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ବରଗଡ଼, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ,ଦେବଗଡ଼, ଗଜପତି ଓ କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ଢ଼େଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦୁଝର ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୩ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୧୮୫୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୭୩୯୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking