34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୨୨ ସଂକ୍ରମିତ

ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୨୨୨ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୯୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫୧ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, କଟକରୁ ୨୩ ଜଣ, ସମ୍ବଲପୁରରୁ ୧୩ ଜଣ, ପୁରୀରୁ ୧୨ ଜଣ, ବାଲେଶ୍ବରରୁ ୧୧ ଜଣ, କଳାହାଣ୍ଡିରୁ ୮ ଜଣ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଁଏ, ଗଜପତି, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଁଏ, କନ୍ଧମାଳରୁ ୪ ଜଣ, ବଲାଙ୍ଗୀର, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼, ନୂଆପଡ଼ା ଓ ସୋନପୁର ଜିଲ୍ଲରୁ ୨ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତିି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୯୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୨୯୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୦୨୧୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking