33.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଗତ ୨୪ରେ ବାହାରିଲେ ୨୧୧ ସଂକ୍ରମିତ

ରାଜ୍ୟରେ ଗତ ୨୪ରେ ବାହାରିଲେ ୨୧୧ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୬ ଜଣ, ସୁନ୍ଦରଗଡ଼ରୁ ୩୨ ଜଣ, କଟକରୁ ୨୭ ଜଣ, ବାଲେଶ୍ବରରୁ ୧୨ ଜଣ, ସମ୍ବଲପୁରରୁ ୧୧ ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୯ ଜଣ ଲେଖାଁଏ, ବରଗଡ଼ରୁ ୭ ଜଣ, ଜଗତସିଂହପୁର, ଯାଜପୁର, କେନ୍ଦୁଝର ଓ ରାୟଗଡ଼ ଜିଲ୍ଲାରୁ ୫ ଜଣ ଲେଖାଁଏ, ଝାରସୁଗୁଡ଼ା ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ ଜଣ ଲେଖାଁଏ, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ,ଢ଼େଙ୍କାନାଳ, ଗଞ୍ଜାମ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ନବରଙ୍ଗପୁରରୁ ୨ ଜଣ ଏବଂ ଷ୍ଟେଟ୍ ପୁଲ୍ରୁ ୯ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୧୫୯୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking