30.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ୨୦୦ଶହ ତଳକୁ ଖସିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୩୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୪ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ, ସମ୍ବଲପୁରରୁ ୧୯ ଜଣ, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୧୩ ଜଣ ଲେଖାଁଏ,କଟକରୁ ୧୧ ଜଣ, ବାଲେଶ୍ବରରୁ ୮ ଜଣ , ଯାଜପୁରରୁ ୬ ଜଣ, ବୌଦ୍ଧ, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ୫ ଜଣ ଲେଖାଁଏ, ରାୟଗଡ଼ାରୁ ୪ ଜଣ, ଗଜପତି, କେନ୍ଦ୍ରାପଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, ଢ଼େଙ୍କାନାଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ବଲାଙ୍ଗୀର, ଝାରସୁଗୁଡ଼ା, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୬୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୨୭୩୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking