ଭୁବନେଶ୍ଵର : ରାଜ୍ୟରେ ୨୦୦ଶହ ତଳକୁ ଖସିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୪୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକରୁ ୪୦ ଜଣ, ଖୋର୍ଦ୍ଧାରୁ ୧୯ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ, ପୁରୀରୁ ୧୪ ଜଣ, ସମ୍ବଲପୁରରୁ ୯ ଜଣ, ବଲାଙ୍ଗୀର, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ ଲେଖାଁଏ, ବୌଦ୍ଧରୁ ୬ ଜଣ, ଗଜପତି, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାରୁ ୫ ଜଣ ଲେଖାଁଏ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଁଏ, ସୋନପୁରରୁ ୩ ଜଣ, ଦେବଗଡ଼, ଜଗତସିଂହପୁର, କୋରାପୁଟ ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ବରଗଡ଼, ଭଦ୍ରକ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୪ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୪୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୨୮୩୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୩୮୨୩୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।