26.1 C
Bhubaneswar
Tuesday, May 7, 2024
Homeକରୋନାରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୮ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୮ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ୨୦୦ଶହ ଟପିଲା ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮ ୯ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୭୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୩୦୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୫୧୦୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking