25.1 C
Bhubaneswar
Sunday, March 16, 2025
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୮୦ ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୮୦ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୮୮୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩୧ ଜଣ, କଟକରୁ ୨୬ ଜଣ, ଖୋର୍ଦ୍ଧାରୁ ୨୪ ଜଣ, ପୁରୀରୁ ୧୫ ଜଣ, ବାଲେଶ୍ବର ଓ ସମ୍ବଲପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ମୟୂରଭଞ୍ଜରୁ ୯ ଜଣ, ଜଗତସିଂହପୁରରୁ ୭ ଜଣ, ସୋନପୁରରୁ ୬ ଜଣ, ଯାଜପୁର ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଁଏ, ବରଗଡ଼, ବଲାଙ୍ଗୀର ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, କେନ୍ଦୁଝରରୁ ୨ ଜଣ, ଦେବଗଡ଼, ଗଜପତି, କେନ୍ଦ୍ରାପଡ଼ା, ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ, ଏବଂ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୮୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୩୨୫୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୬୩୫୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking