40.1 C
Bhubaneswar
Thursday, April 25, 2024
Homeଓଡିଶା୩ ହଜାର ତଳକୁ ଖସିଲା ସଂକ୍ରମିତଙ୍କ ସଂଖ୍ୟା, ସର୍ବାଧିକ ଖୋର୍ଦ୍ଧା

୩ ହଜାର ତଳକୁ ଖସିଲା ସଂକ୍ରମିତଙ୍କ ସଂଖ୍ୟା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ଯୋଗୁଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୨୯୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୨୫୯ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୪୪ ହଜାର ୮୦୧ ରହିଥିବା ବେଳେ ୩୪ ହଜାର ୯୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକ ୨୭୨ ଜଣ। ସେହିପରି ଅନୁଗୁଳରୁ ୧୧୦, ବାଲେଶ୍ୱରରୁ ୨୪୭, ବରଗଡରୁ ୪୧, ଭଦ୍ରକରୁ ୧୯୨, ବଲାଙ୍ଗିରରୁ ୩୭, ବୌଦ୍ଧ ୪୭, ଦେବଗଡରୁ୧୦, ଢେଙ୍କାନାଳରୁ ୪୨, ଗଜପତିରୁ ୨୪, ଗଞ୍ଜାମରୁ ୧୮, ଜଗତ୍‌ସିଂହପୁରରୁ ୧୦୩, ଯାଜପୁରରୁ ୨୬୦, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୧, କେନ୍ଦ୍ରାପଡାରୁ ୧୧୬, କେନ୍ଦୁଝରରୁ ୫୭, କୋରାପୁଟରୁ ୬୦, ମାଲକାନଗିରିରୁ ୫୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫, ନୟାଗଡରୁ ୧୧୨,ନୂଆପଡାରୁ ୧୦, ପୁରୀରୁ ୨୧୬, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮, ସୋନପୁରରୁ ୨୫, ସୁନ୍ଦରଗଡରୁ ୫୯ ଏବଂ ଷ୍ଟେଟ ପୁଲ୍‌ରୁ ୭୦ ଜଣ କରୋନା ସଂକ୍ରମିତ ବାହାରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ୪୫୮୭ ଜଣ କରୋନା ମୁକ୍ତ ହୋଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ପଜିଟିଭ ସଂଖ୍ୟା ୮,୮୩,୪୯୦ ଥିବାବେଳେ ସୁସ୍ଥ ହୋଇଛନ୍ତି ୮,୪୪,୮୦୧। ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ ରହିଛି ୩୪,୯୬୫।ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking