ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୦୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୮୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଖୋର୍ଦ୍ଧାରୁ ୮ ଜଣ, ବାଲେଶ୍ବର, କଟକ, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୪ ଜଣ ଲେଖାଁଏ, ଗଜପତି ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ପୁରୀ, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୧୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୬୯୯୦୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।