27.1 C
Bhubaneswar
Saturday, May 24, 2025
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪ ସଂକ୍ରମିତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୪ ସଂକ୍ରମିତ

ଭୁବନେଶ୍ଵର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୪ ଜଣ, ଖୋର୍ଦ୍ଧାରୁ ୬ ଜଣ, ବାଲେଶ୍ବର, ବଲାଙ୍ଗୀର,କଟକ ଓ ନବରଙ୍ଗପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ମୟୂରଭଞ୍ଜ,ନବରଙ୍ଗପୁର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଗଞ୍ଜାମ,ଯାଜପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୬୪୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୩୮୧୨୨୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking