ଭୁବନେଶ୍ଵର : ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୮୮୪ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୩୮୮୯୧୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି।