29.1 C
Bhubaneswar
Sunday, May 19, 2024
Homeଓଡିଶାଆଜି ରାଜ୍ୟରେ ୩୩୧୯ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଆଜି ରାଜ୍ୟରେ ୩୩୧୯ ଆକ୍ରାନ୍ତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ବର୍ତ୍ତମାନ ଦୋଛକିରେ ପହଞ୍ଚିଛି । ଗୋଟିଏ ଦିନ ସଂକ୍ରମଣ ହ୍ରାସ ପାଇବା ପରେ ପୁଣି ସଂକ୍ରମଣ ବଢ଼ୁଥିବାର ଦେଖାଯାଉଛି । କିଛି ଜିଲ୍ଲାରେ ଏବେ ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି । ଆଗକୁ ତୃତୀୟ ଲହର ଆସିବାକୁ ନେଇ ରାଜ୍ୟବାସୀ ଆଶଙ୍କା ମଧ୍ୟରେ ରହିଛନ୍ତି । ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚର୍ଚ୍ଚା ଜାରି ରହିଛି । ଏହା ମଧ୍ୟରେ ଆଜି ପୁଣି ୩୩୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୨୩ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩ ହଜାର ୭୮୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୬୭ ହଜାର ୪୦୨ ରହିଥିବା ବେଳେ ୩୨ ହଜାର ୪୦୪ ଜଣ ଚିକିତ୍ସିତ ହେଉଛନ୍ତି।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧୬ଜଣ, ବାଲେଶ୍ୱରରୁ ୩୯୭ଜଣ, ବରଗଡ଼ରୁ ୪୭ଜଣ, ଭଦ୍ରକରୁ ୧୬୩ଜଣ, ବଲାଙ୍ଗୀରରୁ ୧୦ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୫୬୬ଜଣ, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬୯ଜଣ, ଗଜପତିରୁ ୧୨, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୦ଜଣ, ଯାଜପୁରରୁ ୧୯୪ଜଣ, ଝାରସୁଗୁଡ଼ାରୁ ୧୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡିରୁ ୩୧ଜଣ, କନ୍ଧମାଳରୁ ୨୩, କେନ୍ଦ୍ରାପଡ଼ାରୁ ୧୩୪, କେନ୍ଦୁଝରରୁ ୬୫, କୋରାପୁଟରୁ ୫୯ଜଣ, ମାଲକାନଗିରିରୁ ୭୧, ମୟୁରଭଞ୍ଜରୁ ୧୯୯ଜଣ, ନବରଙ୍ଗପୁରରୁ ୩୯ଜଣ, ନୟାଗଡ଼ରୁ ୧୧୧ଜଣ, ନୂଆପଡ଼ାରୁ ୪ଜଣ, ପୁରୀରୁ ୧୭୫ଜଣ, ରାୟଗଡ଼ାରୁ ୪୩, ସମ୍ବଲପୁରରୁ ୨୯ଜଣ, ସୋନପୁରରୁ ୧୭ଜଣ, ସୁନ୍ଦରଗଡ଼ରୁ ୩୬ଜଣ ଓ ଷ୍ଟେଟ ପୁଲ୍ରୁ ୯୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking