33.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ଦୁଇ ହଜାର ତଳେ : ଆଜି ଚିହ୍ନଟ ହେଲେ ୧୮୬୪...

ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ଦୁଇ ହଜାର ତଳେ : ଆଜି ଚିହ୍ନଟ ହେଲେ ୧୮୬୪ ପଜିଟିଭ୍, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ଗତ ପାଞ୍ଚଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ତିନିଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି ।

ଏହା ମଧ୍ୟରେ ଆଜି ୧୮୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୮୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮୨ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୬୯, ବାଲେଶ୍ୱରୁ ୧୧୪, ବରଗଡ଼ରୁ ୨୪, ଭଦ୍ରକରୁ ୬୫, ବଲାଙ୍ଗୀରରୁ ୫, ବୌଦ୍ଧରୁ ୩, କଟକରୁ ୨୨୧, ଦେବଗଡ଼ରୁ ୬, ଢେଙ୍କାନାଳରୁ ୮୪, ଗଜପତିରୁ ୩, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୮୯, ଯାଜପୁର ୧୦୭, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ା ୫୯, କେନ୍ଦୁଝରରୁ ୪୪, କୋରାପୁଟରୁ ୭ ଓ ମାଲକାନଗିରିରୁ ୧୨, ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୬୬, ନୂଆପଡ଼ାରୁ ୯, ପୁରୀରୁ ୫୯, ରାୟଗଡ଼ାରୁ ୨୪, ସମ୍ୱଲପୁରରୁ ୩୪, ସୋନପୁରରୁ ୬ ଓ ସୁନ୍ଦରଗଡ଼ରୁ ୫୬ ଏବଂ ଷ୍ଟେଟ୍ ପୁଲରୁ ୧୦୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୫ ହଜାର ୭୧୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୧ ହଜାର ୨୦୪ ରହିଥିବା ବେଳେ ୧୯ ହଜାର ୧୩ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking