30.1 C
Bhubaneswar
Sunday, May 26, 2024
Homeଓଡିଶାରାଜ୍ୟରେ ଆଜି ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ରାଜ୍ୟରେ ଆଜି ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୦ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୫୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୧୫ ଓ ସ୍ଥାନୀୟ ଅଞ୍ଚଳରୁ ୬୬୩ ଜଣ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୭ ଜଣ, ବାଲେଶ୍ୱରରୁ ୭୮ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୫୨ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୪, କଟକରୁ ୨୧୨ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୧୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୧୩ ଜଣ, ଯାଜପୁରରୁ ୭୭ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୫୧ ଜଣ, କେଉଁଝରରୁ ୧୭ ଜଣ, କୋରାପୁଟରୁ ୧୪ ଜଣ, ମାଲକାନଗିରିରୁ ୧୧ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୬ ଜଣ, ନୟାଗଡ଼ରୁ ୫୩ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୦୯ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ ପୁଲରୁ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୪ ହଜାର ୯୨୯ ରହିଥିବା ବେଳେ ୧୬ ହଜାର ୩୮୪ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking