34.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଆଜି ୧୨୪୩ ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୧୨୪୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୮ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୨୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧୮ ଓ ସ୍ଥାନୀୟ ଅଞ୍ଚଳରୁ ୫୨୫ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୫୩ ଜଣ, ବାଲେଶ୍ୱରରୁ ୪୯ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୬ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧୭୭ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୨୯ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୮୮ ଜଣ, ଯାଜପୁରରୁ ୫୦ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୩୨ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୩୯୯ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୩୫ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୫୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୬୯ ଜଣ, ରାୟଗଡ଼ାରୁ ୧୩ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୧୪ ଓ ଷ୍ଟେଟ ପୁଲରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୮ ହଜାର ୪୫୩ ରହିଥିବା ବେଳେ ୧୨ ହଜାର ୧୨୯ ଜଣ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking